Odisha Link
Bridging the Missing Links in Odisha

୩ରୁ ଖୋଲିବ ରାଜଧାନୀର ସବୁ ମନ୍ଦିର

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ପୁରୀରେ ଜଗନ୍ନାଥ ମନ୍ଦିର ଓ ଭୁବନେଶ୍ବରରେ ଲାଙ୍ଗରାଜ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ହୋଇଥିବା ବେଳେ ଆସନ୍ତା ୩ ତାରିଖରେ ଭୁବନେଶ୍ୱରର ସମସ୍ତ ମନ୍ଦିର ଖୋଲିବାକୁ ବିଏମସିର ମଧ୍ୟ ଅନୁମତି ପ୍ରଦାନ କରିଛି। ତେବେ କରୋନା କଟକଣା ପାଇଁ ସାଧାରଣ ଦର୍ଶନ ଓ ଶ୍ରଦ୍ଧାଳୁଙ୍କ ଯାଆସ ଉପରେ କଟକଣା ଲଗାଯାଇଥିଲା। ମନ୍ଦିର ଭିତରେ ରୀତିନୀତି ଚାଲିଥିବା ବେଳେ ଦର୍ଶନ ବନ୍ଦ ରହିଥିଲା। ମାତ୍ର ଆସନ୍ତା ୩ରୁ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ଯେ, ତେବେ ଦୀର୍ଘ ୯ ମାସ ପରେ ଖୋଲିବାକୁ ଯାଉଛି ଶ୍ରୀଲିଙ୍ଗରାଜ ମନ୍ଦିର। ପୁରୀ ଜଗନ୍ନାଥ ମନ୍ଦିର ପରେ ଲିଙ୍ଗରାଜ ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ଆସନ୍ତା ୨୭ରୁ ଲିଙ୍ଗରାଜ ମନ୍ଦିର ଖୋଲିବାକୁ ଥିବା ବେଳେ ୨୭ରୁ ୩୧ ଯାଏଁ ଦର୍ଶନ କରିପାରିବେ ସେବାୟତଙ୍କ ପରିବାର। ନୂଆବର୍ଷ ଅଥାର୍ତ ଜାନୁଆରୀ ୧ ଓ ୨ରେ ବନ୍ଦ ରହିବ ଲିଙ୍ଗରାଜ ମନ୍ଦିର। ଏହି ସମୟରେ କୌଣସି ଭକ୍ତ କିମ୍ବା ସେବାୟତଙ୍କ ପରିବାରକୁ ମନ୍ଦିର ଭିତରକୁ ଛଡାଯିବ ନାହିଁ।

୩ରୁ ୫ ତାରିଖ ଯାଏଁ ରାଜଧାନୀ ବାସିନ୍ଦାଙ୍କୁ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବାର ସୁଯୋଗ ମିଳିବ। ଜାନୁଆରୀ ୬ରୁ ୩୧ ଯାଏଁ ରାଜ୍ୟର ଅନ୍ୟାନ୍ୟ ସ୍ଥାନର ଭକ୍ତଙ୍କୁ ଲିଙ୍ଗରାଜଙ୍କ ଦର୍ଶନ ନେଇ ସୁଯୋଗ ମିଳିବ। କିନ୍ତୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, କୋଭିଡ ନେଗେଟିଭ ରିପୋର୍ଟ ଦେଖାଇଲେ ହିଁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିପାରିବେ ଭକ୍ତ। ଏହାସହ ଦର୍ଶନ ବେଳେ କୋଭିଡ ଗାଇଡଲାଇନକୁ ଗୁରୁତ୍ୱ ଦିଆଯିବ।

Comments are closed.