Odisha Link
Bridging the Missing Links in Odisha

କରୋନା: ରାଜ୍ୟରୁ ସୁସ୍ଥ ହେଲେ ୩୬୩ ଆକ୍ରାନ୍ତ

ଭୁବନେଶ୍ଵର: ଦୀର୍ଘ ନଅ ମାସ ପରେ ରାଜ୍ୟରେ କମୁଛି କରୋନା ସଂକ୍ରମଣ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫ଟି ଜିଲ୍ଲାରୁ ୩୬୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୦, ୯୪୭କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଆଜି ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ଖୋର୍ଦ୍ଧା ଜିଲ୍ଲାରୁ ୪୬, ମୟୂରଭଞ୍ଜରୁ ୨୮, ଅନୁଗୁଳରୁ ୨୧, ବାଲେଶ୍ଵରରୁ ୨୦, କଟକରୁ ୨୦, ପୁରୀରୁ ୨୦, ସମ୍ବଲପୁରରୁ ୧୭, ବଲାଙ୍ଗୀରରୁ ୧୪, କଳାହାଣ୍ଡିରୁ ୧୩, କେନ୍ଦ୍ରାପଡାରୁ ୧୧, ଜଗତସିଂହପୁରରୁ ୯, ଗଞ୍ଜାମରୁ ୭, ନୂଆପଡାରୁ ୭, ଝାରସୁଗୁଡାରୁ ୬, କେନ୍ଦୁଝରରୁ ୬, ଢେଙ୍କାନାଳରୁ ୫, କୋରାପୁଟରୁ ୪, ଭଦ୍ରକରୁ ୩, ମାଲକାନଗିରିରୁ ୩, ରାୟଗଡାରୁ ୨, ଯାଜପୁରରୁ ୧, ନବରଙ୍ଗପୁରରୁ ୧ ଓ ନୟାଗଡରୁ ଜଣେ କୋଭିଡ୍ ୧୯ରୁ ଆରୋଗ୍ୟ ହୋଇଛନ୍ତି।

ପ୍ରକାଶ ଯେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୮ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୫୦୫କୁ ବୃଦ୍ଧି ପାଇଛି। ଅନ୍ୟପଟେ କରୋନା ଆଉ ୪ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନଜନିତ ମୃତ୍ୟୁ ସଂଖ୍ୟା ୧୮୨୯ରେ ପହଞ୍ଚିଛି।

Comments are closed.