Odisha Link
Bridging the Missing Links in Odisha

୬ଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ୬୦ ବର୍ଷର ବୃଦ୍ଧ ଗିରଫ

କଳାହାଣ୍ଡି: ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ। ଏଭଳି ଏକ ଘୃଣ୍ୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅଞ୍ଚଳରେ। ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କ ସହ ୬୦ ବର୍ଷ ବୟସ୍କ ବୃଦ୍ଧ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ସଂପୃକ୍ତ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି।

ସୂଚନାଯୋଗ୍ୟ, ଗତ ୮ ତାରିଖରେ କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅଞ୍ଚଳର ଜଣେ ବୃଦ୍ଧ ଏକ ଷଷ୍ଠ ଛାତ୍ରୀଙ୍କୁ ଏକୁଟିଆ ପାଇ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଅଭିଯୁକ୍ତ ସଂପୃକ୍ତ ବୃଦ୍ଧକୁ ଗିରଫ କରିଛି।

Comments are closed.