Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଜଗତସିଂହପୁର, ପୁରୀ, ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୮୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୦୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୦୯୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସେହିପରି କରୋନାରେ ୧୮୩୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୫୬୯୨୭୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.