Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ସୁସ୍ଥ ହେଲେ ୩୩୮ ଆକ୍ରାନ୍ତ

ଭୁବନେଶ୍ଵର: ଦୀର୍ଘ ନଅ ମାସ ପରେ ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ ସଂଖ୍ୟା। ଆଜି ୩୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬ଟି ଜିଲ୍ଲାରୁ ୩୩୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୧, ୬୪୭କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ରବିବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ବିଭାଗ ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯ ଜଣ ସୁସ୍ଥ ହୋଇଛନ୍ତି। ସେହି ପରି ସୁନ୍ଦରଗଡରୁ ୩୬, ଭଦ୍ରକରୁ ୨୧, କଟକରୁ ୨୧, ବାଲେଶ୍ଵରରୁ ୨୦, ଅନୁଗୁଳରୁ ୧୮, ମୟୂରଭଞ୍ଜରୁ ୧୮, ବରଗଡରୁ ୧୭, କଳାହାଣ୍ଡିରୁ ୧୫, ପୁରୀରୁ ୧୫, ଝାରସୁଗୁଡାରୁ ୧୪, ନୂଆପଡାରୁ ୧୨, ସମ୍ବଲପୁରରୁ ୧୦, ଯାଜପୁରରୁ ୯, କେନ୍ଦୁଝରରୁ ୯, ଜଗତସିଂହପୁରରୁ ୮, ବଲାଙ୍ଗୀରରୁ ୬, ଗଞ୍ଜାମରୁ ୬, କେନ୍ଦ୍ରାପଡାରୁ ୫, ଦେବଗଡରୁ ୩, ଢେଙ୍କାନାଳରୁ ୩, ରାୟଗଡାରୁ ୩, କୋରାପୁଟରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨ ଓ ସୋନପୁରରୁ

ପ୍ରକାଶ ଯେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭୨ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୨୩୩କୁ ବୃଦ୍ଧି ପାଇଛି। ଅନ୍ୟପଟେ କରୋନା ଆଉ ୪ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନଜନିତ ମୃତ୍ୟୁ ସଂଖ୍ୟା ୧୮୩୬ରେ ପହଞ୍ଚିଛି।

Comments are closed.