Odisha Link
Bridging the Missing Links in Odisha

କରୋନା: ରାଜ୍ୟରୁ ସୁସ୍ଥ ହେଲେ ୩୮୮ ଆକ୍ରାନ୍ତ

ଭୁବନେଶ୍ଵର: ଦୀର୍ଘ ନଅ ମାସ ପରେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬ଟି ଜିଲ୍ଲାରୁ ୩୮୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୨, ୩୪୪କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମଙ୍ଗଳବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ବିଭାଗ ଅନୁଯାୟୀ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୭୧ ଜଣ ଆରୋଗ୍ୟ ଲାଭ କରିଛନ୍ତି। ସେହି ପରି ଖୋର୍ଦ୍ଧା ଜିଲ୍ଲାରୁ ୩୮, ଅନୁଗୁଳରୁ ୩୭, ସମ୍ବଲପୁରରୁ ୨୭, ବରଗଡରୁ ୨୬, ମୟୂରଭଞ୍ଜରୁ ୨୫, କଟକରୁ ୨୧, ବାଲେଶ୍ଵରରୁ ୨୦, ଯାଜପୁରରୁ ୧୬, ନୂଆପଡାରୁ ୧୫, ପୁରୀରୁ ୧୩, ବଲାଙ୍ଗୀରରୁ ୧୧, କେନ୍ଦୁଝରରୁ ୧୦, ଜଗତସିଂହପୁରରୁ ୮, ଗଞ୍ଜାମରୁ ୭, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୬, କେନ୍ଦ୍ରାପଡାରୁ ୬, ଭଦ୍ରକରୁ ୩, କୋରାପୁଟରୁ ୩, ନବରଙ୍ଗପୁରରୁ ୩, ନବରଙ୍ଗପୁରରୁ ୩, ବୌଦ୍ଧରୁ ୨, ଢେଙ୍କାନାଳରୁ ୨, ନୟାଗଡରୁ ୨, ଦେବଗଡରୁ ୧ ଓ ମାଲକାନଗିରିରୁ ୧ କୋଭିଡ୍-୧୯ରୁ ମୁକ୍ତ ହୋଇଛନ୍ତି।

ପ୍ରକାଶ ଯେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୯୧୫କୁ ବୃଦ୍ଧି ପାଇଛି। ଅନ୍ୟପଟେ କରୋନା ଆଉ ୪ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନଜନିତ ମୃତ୍ୟୁ ସଂଖ୍ୟା ୧୮୪୩ରେ ପହଞ୍ଚିଛି।

Comments are closed.