Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୩ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୩୬୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୭୨୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୦୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୨୩୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୭୦୦୫୨୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.