Odisha Link
Bridging the Missing Links in Odisha

ଭୁବନେଶ୍ୱର ବିମାନ ବନ୍ଦରରେ ଏସଓପି

ଭୁବନେଶ୍ବର: କରୋନାର ଦ୍ବିତୀୟ ସଂକ୍ରମଣକୁ ଦୃଷ‌୍ଟିରେ ରଖି ରାଜ୍ୟସରକାରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଦେଶ ଫେରନ୍ତାଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ନୂଆ ଏସଓପି ଜାରି କରାଯାଇଛି। ବିଦେଶ ଫେରନ୍ତାଙ୍କ ଯାତ୍ରୀଙ୍କ ସଂପର୍କରେ ସୂଚନା ପାଇଁ ସମସ୍ତ ବିମାନ ସେବା ପ୍ରଦାନ କାରୀ ସଂସ୍ଥାକୁ ବିମାନ ବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

ବିମାନବନ୍ଦର ଟର୍ମିନାଲ ପରିସରରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର କିଓସ୍କରେ ଯାତ୍ରୀଙ୍କ ଯାଂଚ କରାଯାଉଛି। ବର୍ତମାନ ଭୁବନେଶ୍ୱରକୁ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ ଅଛି। ପ୍ରତ୍ୟେକ ଦିନ ପ୍ରାୟ ୨୭ଟି ବିମାନ ଆସୁଛି ଓ ୨୭ଟି ବିମାନ ଭୁବନେଶ୍ୱରରୁୁ ଯାଉଛି। ଲକ୍ଷଣ ଥିବା ୫୫ ବର୍ଷରୁ ଅଧିକ ସମସ୍ତ ଯାତ୍ରୀଙ୍କ ଆଟିଂଜେନ ଟେଷ୍ଟ ବାଧ୍ୟତାମୂଳକ ବୋଲି ଭୁବନେଶ୍ୱର ବିମାନବନ୍ଦର କାର୍ଯ୍ୟକାରୀ ନିର୍ଦ୍ଦେଶକ ଗୌତମ ରାୟଙ୍କ କହିଛନ୍ତି।

Comments are closed.