Odisha Link
Bridging the Missing Links in Odisha

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରାୟଗଡା: ଗତ କିଛି ଦିନ ହେବ ରାଜ୍ୟରେ କଡ଼ା କାର୍ଯାନୁଷ୍ଠାନ ଗ୍ରହଣ କରୁଛି ଭିଜିଲାନ୍ସ। ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାର ବାବୁ। ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌ କରିଛି।

ରାୟଗଡ଼ା ଡିଭିଜନ୍-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ଉଦ୍ଧବ ପାଢ଼ୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ବ୍ରହ୍ମପୁର, ଧରାକୋଟ, ପୁରୀ ସମେତ ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସ ରେଡ୍ ଚଳାଇଛି। ଏଥିସହ ଉଦ୍ଧବଙ୍କ ଗୁଣୁପୁର ଅଫିସ୍ ଓ ସରକାରୀ ବାସଭବନରେ ବି ଭିଜିଲାନ୍ସ ଚଢ଼ାଉ କରିଛି।

Comments are closed.