Odisha Link
Bridging the Missing Links in Odisha

ପୁଣି ଅସୁସ୍ଥ ହେଲେ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

କଟକ: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣି ଅସୁସ୍ଥ ହୋଇ ପଡ଼ିଛନ୍ତି। ଆଜି ତାଙ୍କୁ କଟକ ବଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି।ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଗତକାଲି ଅସୁସ୍ଥ ହୋଇ ପଡ଼ିଥିଲେ।

ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ମେଡିକାଲରେ ଭର୍ତ୍ତି କରାଯାଇଛି।ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି। ଶ୍ୱାସକ୍ରିୟାରେ ସମସ୍ୟା ହେଉଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ଅକ୍ସିଜେନ ଲେବୁଲ କମ୍‌ ରହୁଥିବାରୁ ତାଙ୍କୁ ଅକ୍ସିଜେନ ସପୋର୍ଟ ଦିଆଯାଇଛି। କଟକ ବକ୍ସିବଜାରରେ ଚା’ ଦୋକାନ କରିବା ସହ ବସ୍ତିବାସିନ୍ଦାଙ୍କ ପିଲାଙ୍କୁ ପାଠ ପଢ଼ାଉଥିଲେ ପ୍ରକାଶ ରାଓ।

ଏହାପରେ ନିଜ ଉଦ୍ୟମରେ ସ୍କୁଲଟିଏ କରିବା ସହ ନିଜ ରୋଜଗାର ଟଙ୍କା ଖର୍ଚ୍ଚ କରି ପିଲାଙ୍କ ଯତ୍ନ ଓ ପଢ଼ା ଖର୍ଚ୍ଚ ବହନ କରୁଥିଲେ। ସେବା ପାଇଁ ପ୍ରକାଶଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଡି. ପ୍ରକାଶ ରାଓଙ୍କୁ ‘ମନକି ବାତ୍‌’ କାର୍ଯ୍ୟକ୍ରମରେ ଭୁୟସୀ ପ୍ରଶଂସା କରିଥିଲେ।

Comments are closed.