Odisha Link
Bridging the Missing Links in Odisha

ମେ’ ୪ରୁ ସିବିଏସ୍‌ଇ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ: ଗୁରୁବାର ସନ୍ଧ୍ୟାରେ ସିବିଏସଇ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲେ ସରକାର। କେନ୍ଦ୍ରମନ୍ତ୍ରୀ ରମେଶ ପୋଖରିଆଲ୍ ନିଶଙ୍କ ଭିଡିଓ ବାର୍ତ୍ତା ଜରିଆରେ ତାରିଖ ଘୋଷଣା କରିଛନ୍ତି। କେନ୍ଦ୍ର ଉଚ୍ଚ ଶିକ୍ଷା ମନ୍ତ୍ରୀ ମାର୍ଚ୍ଚ ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି।

ମେ ୪ରୁ ସିବିଏସ୍ଇ ବୋର୍ଡ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ଜୁନ୍ ୧୦ ସୁଦ୍ଧା ପରୀକ୍ଷା ଶେଷ କରିବାକୁ ଲକ୍ଷ୍ୟ ରହିଥିବା ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି। ଜୁଲାଇ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି।

Comments are closed.