Odisha Link
Bridging the Missing Links in Odisha

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, ପୁରୀରେ ହେଉ ଅନ୍ତର୍ଜାତୀୟ ବିମାନବନ୍ଦର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି। ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ଲାଗି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଲେଖିଛନ୍ତି ଯେ, ହିନ୍ଦୁ ଧର୍ମର ଚାରିଧାମ ମଧ୍ୟରୁ ଜଗନ୍ନାଥଧାମ ଅନ୍ୟତମ। ଏଠାକୁ ସମଗ୍ର ବିଶ୍ୱରୁ ହିନ୍ଦୁମାନେ ଶ୍ରୀଜଗନ୍ନାଥଙ୍କ ଦର୍ଶନ ନିମନ୍ତେ ଆସିଥାନ୍ତି।

ଦେଶବିଦେଶରୁ ଆସୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏଥିଲାଗି ରାଜ୍ୟ ସରକାର ପୁରୀରେ ଜାଗା ଚିହ୍ନଟ କରିସାରିଛନ୍ତି। ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ଲାଗି ଓଡ଼ିଶା ସରକାର ସମସ୍ତ ପ୍ରକାରର ସହଯୋଗ କରାଯିବ ବୋଲି ବି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

Comments are closed.