Odisha Link
Bridging the Missing Links in Odisha

ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ

ରାଇରଙ୍ଗପୁର: ଯାତ୍ରୀବାହୀ ବସ୍‌ ବହଳଦାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ସମୟରେ ବିଲକୁ ଖସି ପଡ଼ିଥିଲା। ବସଟି ଭାରସାମ୍ୟ ହରାଇ ଏହି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାଟି ଟାଉନ୍‌ ଥାନା ଭାଲୁବସା ପେଟ୍ରୋଲ ପମ୍ପ ନିକଟରେ ଘଟିଛି।

ଏହି ଦୁର୍ଘଟଣାରେ ୪ ଯାତ୍ରୀ ଆହୋଇଛନ୍ତି। ସମସ୍ତ ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଲୋକ ଓ ପ୍ରଶାସନ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ସେପଟେ ଆହତମାନଙ୍କ ଉଦ୍ଧାର କରି ନିକଟସ୍ଥ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି ।

Comments are closed.