Odisha Link
Bridging the Missing Links in Odisha

କୁଳମଣି ବରାଳ ହତ୍ୟା ମାମଲା, ୧୨ ଜଣଙ୍କ ନାଁରେ ଏତଲା

କଟକ: ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳଙ୍କୁ ହତ୍ୟା ଘଟଣା। ହତ୍ୟା ମାମଲା ନେଇ ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା ରୁଜୁ କରାଯାଇଛି। କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ଥାନାରେ ଏନେଇ ଏତଲା ଦେଇଛନ୍ତି। ଯଁକୁଟି ଗାଁର ୪ଜଣ ଓ ନୃତାଙ୍ଗ ଗାଁର ୮ଜଣଙ୍କ ନାଁରେ ଏତଲା ନିଆଯାଇଛି। ଏହି ମାମଲାରେ ପୁଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

ଗତକାଲି ସାଲେପୁର ବିଜେପି ନଗର ମଣ୍ଡଳ ପ୍ରଭାରୀ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବାଇକରେ ନୃତ୍ତାଙ୍ଗସ୍ଥିତ ନିଜ ଘରକୁ ଫେରୁଥିବାବେଳେ ଜଂକୋଟି ଗାଁ ପାଖରେ ତାଙ୍କୁ କିଛି ଦୁର୍ବୃତ୍ତ ସଂଘବଦ୍ଧ ମରଣାନ୍ତକ ଆକ୍ରମଣ କରି ଥିଲେ। ଦୁର୍ବୃତ୍ତ ମାରଣାସ୍ତ୍ରରେ ସେମାନଙ୍କ ମୁଣ୍ଡ ଓ ମୁହଁଙ୍କୁ ହାଣି ପଳାଇଥିଲେ ଦୁର୍ବୃତ୍ତ।

ଆହାତ ଅବସ୍ଥାରେ ଉଭୟଙ୍କୁ ମାହାଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ତେବେ କୁଳମଣିଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଦିବ୍ୟସିଂହଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଦିବ୍ୟସିଂହଙ୍କର ମୃତ୍ୟୁ ହୋଇଛି।

ହତ୍ୟା ଘଟଣା ନେଇ ଗାଁର ଚାପା ଉତ୍ତେଜନା ଲାଗି ରହିଛି। ଘଟଣାସ୍ଥଳରେ ୨ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଥିବାବେଳେ ସାଇଣ୍ଟିଫିକ୍ ଟିମ୍ ତନାଘନା ଆରମ୍ଭ କରିଛି। ଶବ ବ୍ୟବଚ୍ଛେଦ ପରେ ଆଜି ଉଭୟଙ୍କର ଅନ୍ତିମ ସଂସ୍କାର କରାଯିବା ନେଇ ସୂଚନା ରହିଛି।

Comments are closed.