Odisha Link
Bridging the Missing Links in Odisha

ଖୋଲିଲା ଲିଙ୍ଗରାଜ ମନ୍ଦିର

ଭୁବନେଶ୍ବର: ଆଜି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ମଧ୍ୟ ଆଜି ଭକ୍ତଙ୍କ ପାଇଁ ଖୋଲିଛି। ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରବାସୀ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିପାରିବେ। ଯଦି ଭୁବନେଶ୍ୱରରେ କେହି ଚାକିରୀ କରିଥିବେ ତେବେ ସେମାନେ ନିଜ ପରିଚୟ ପତ୍ର ଦେଖାଇ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିପାରିବେ। ଅନ୍ୟପଟେ ଗଞ୍ଜାମର ତାରାତାରିଣୀ ମନ୍ଦିର ଆଜି ଠାରୁ ଖୋଲିଛି। ଭକ୍ତ ଶାନ୍ତି ଶୃଙ୍ଖଳା ସହ ମାଙ୍କ ଦର୍ଶନ କରୁଛନ୍ତି। କେନ୍ଦ୍ରପଡ଼ାର ବଳଦେବଜୀଉ ମନ୍ଦିର ଭକ୍ତଙ୍କ ପାଇଁ ଖୋଲୁଛି ।

ଦୀର୍ଘ ୧୦ ମାସ ପରେ ବଳଦେବଜୀଉଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। କୋଭିଡ ନିମୟ ପାଳନ କରି ଠାକୁରଙ୍କ ଦର୍ଶନ କରିବେ ଭକ୍ତ। ସଂବଲପୁରର ମାଆ ସମଲେଶ୍ୱରୀଙ୍କ ମନ୍ଦିର ଆଜି ଖୋଲୁଛି। କେବଳ ସ୍ଥାନୀୟ ଭକ୍ତଙ୍କ ପାଇଁ ଖୋଲିବ ମାଆ ସମଲେଶ୍ୱରୀ ମନ୍ଦିର।

ପ୍ରଥମେ ସଂବଲପୁରର ସ୍ଥାନୀୟ ଲୋକ ମାଆଙ୍କ ଦର୍ଶନର ସୁବିଧା ପାଇବେ। କୋଭିଡ କଟକଣା କାରଣରୁ ମନ୍ଦିର ଦର୍ଶନ ସମୟରେ କିଛିଟା ପରିବର୍ତନ କରିଛି ମନ୍ଦିର ଟ୍ରେଷ୍ଟ ବୋର୍ଡ ।

Comments are closed.