Odisha Link
Bridging the Missing Links in Odisha

ଆଜିଠାରୁ ରାଜ୍ୟରେ ୨ଦିନ ଯାଏଁ ବଢ଼ିବ ଜାଡ଼

ଭୁବନେଶ୍ୱର: ଶୀତରେ ଥରୁଛି ସାରା ଓଡ଼ିଶା। ଆଜିଠାରୁ ୨ଦିନ ଯାଏଁ ବଢ଼ିବ ଜାଡ଼। ତେବେ ଦୁଇଦିନ ପରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ବଢିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଶୀତ ସହ ବିଭିନ୍ନ ଜିଲ୍ଲାରେ କୁହୁଡ଼ି ବି ଜାରି ରହିବ। ବିଶେଷକରି ଅନୁଗୁଳ, କଟକ, ଜଗତସିଂହପୁର, କନ୍ଧମାଳ, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଦ, କୋରାପୁଟ, ପୁରୀ, ମାଲକାନଗିରି, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, ସୁନ୍ଦରଗଡ଼, ଝାରସୁଡାରେ କୁହୁଡି ଦେଖାଯିବାର ସମ୍ଭାବନା ରହିଛି।

ତେବେ ଅନୁଗୁଳ, କଟକ, ଜଗତସିଂହପୁର, କନ୍ଧମାଳ ଓ ଭଦ୍ରକର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ସେହିପରି ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮.୦ ଡିଗ୍ରୀ ରେକର୍ଡ କରାଯାଇଛି। କଟକରେ ମଧ୍ୟ ଶୀତର ପ୍ରଭାବ ଦେଖିବାକୁ ମିଳୁଛି। ରାଜଧାନୀ ଭୁବନେଶ୍ୱରରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ସକାଳୁ କୁହୁଡି ସାଙ୍ଗକୁ ଶୀତ ଜାରି ରହିବ ବୋଲ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Comments are closed.