Odisha Link
Bridging the Missing Links in Odisha

ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଡକ୍ଟର ଜଷ୍ଟିସ ଏସ.ମୁରଲୀଧର

କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଡକ୍ଟର ଜଷ୍ଟିସ୍ ଏସ. ମୁରଲୀଧର। ଆଜି ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ଡକ୍ଟର ଜଷ୍ଟିସ୍ ଏସ. ମୁରଲୀଧରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଏହି ଶପଥ ପାଠ ଉତ୍ସବରେ ମୁଖ୍ୟ ଶାସନ ସଚିବ, ଆଇନ ମନ୍ତ୍ରୀ, ପୋଲିସ ମହାନିର୍ଦ୍ଦେଶକ, ବିରୋଧୀ ଦଳ ନେତା ଉପସ୍ଥିତ ଥିଲେ।‌ ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓଡ଼ିଶା ହାଇକୋର୍ଟର ୩୨ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ, ଡିସେମ୍ବର ୧୪ରେ ପଞ୍ଜାବ ଓ ହରିୟାନା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟରତ ଡକ୍ଟର ଜଷ୍ଟିସ ଏସ.ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲିଜିୟମ ସୁପାରିସ କରିଥିଲା। ଏହାପରେ ଡିସେମ୍ବର ୩୧ରେ ତାଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

Comments are closed.