Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଆଖି ବୁଜିଲେ ଆଉ ୨ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨ ମୃତକଙ୍କ ମଧ୍ୟରେ ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ତେବେ ଗତ ୨୪ ଘଣ୍ଟାରେ ୧୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୬୯୦ରେ ପହଞ୍ଚିଛି।ଏଥିମଧ୍ୟରୁ ୨୨୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୬୫୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୭୦୪୪୮୮୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.