Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଚିହ୍ନଟ ହେଲେ ୨୩୧ ସଂକ୍ରମିତ

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୯୨୧ରେ ପହଞ୍ଚିଛି । ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୨୧ଜଣ, ବାଲେଶ୍ୱରରୁ ୮ଜଣ, ବରଗଡ଼ରୁ ୨୫ଜଣ, ଭଦ୍ରକରୁ ୫ଜଣ, ବଲାଙ୍ଗୀରରୁ ୧୧ଜଣ, ବୌଦ୍ଧରୁ ଜଣେ, କଟକରୁ ୧୧ଜଣ, ଦେବଗଡରୁ ୨ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୩ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୨ଜଣ, ଯାଜପୁରରୁ ୧୨ଜଣ, ଝାରସୁଗୁଡ଼ାରୁ ୧୫ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୧୦ଜଣ, କେନ୍ଦୁଝରରୁ ୯ଜଣ, ଖୋର୍ଦ୍ଧାରୁ ୧୧ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜରୁ ୮ଜଣ, ନବରଙ୍ଗପୁରରୁ ୨ଜଣ, ନୟାଗଡ଼ରୁ ୨ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୧୦ଜଣ, ସମ୍ବଲପୁରରୁ ୧୪ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୩୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩ଜଣ ରହିଛନ୍ତି ।

ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୯୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୬୭୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୦୬୫୦୭୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.