Odisha Link
Bridging the Missing Links in Odisha

ଚଳିତ ବର୍ଷ ଗାନ୍ଧୀ ମାର୍ଗରେ ପାଳନ ହେବ ଗଣତନ୍ତ୍ର ଦିବସ

ଭୁବନେଶ୍ୱର: ଚଳିତ ବର୍ଷ କରୋନା ନିର୍ଦ୍ଦେଶାବଳୀ ଅନୁପାଳନ ସହ ରାଜ୍ୟସ୍ତରୀୟ ୭୨ତମ ଗଣତନ୍ତ୍ର ଦିବସ ପାଳନ କରାଯିବ। ୨୬ ଜାନୁଆରୀ, ସକାଳ ୮ଟା ୩୦ ମିନିଟ୍ ସମୟରେ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବରେ ଜାତୀୟ ପତାକା ଉତ୍ତୋଳନ କରିବେ।

କୋଭିଡ୍ ନିର୍ଦ୍ଦେଶାବଳୀ ଅନୁପାଳନ ସହ ଚଳିତ ବର୍ଷ ରାଜ୍ୟସ୍ତରୀୟ ୭୨ତମ ଗଣତନ୍ତ୍ର ଦିବସ ପାଳନ କରାଯିବ। ୨୬ ଜାନୁଆରୀ, ସକାଳ ୮.୩୦ ମିନିଟ୍ ସମୟରେ ମହାତ୍ମା ଗାନ୍ଧୀ ମାର୍ଗରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବରେ ଜାତୀୟ ପତାକା ଉତ୍ତୋଳନ କରିବେ। ମାନ୍ୟବର ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିବେ।

ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। କୋଭିଡ୍ ପରିପ୍ରେକ୍ଷୀରେ ଏଥର ଅପେକ୍ଷାକୃତ କମ୍ ଅତିଥି ଏବଂ ଅଧିକାରୀଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। କାର୍ଯ୍ୟକ୍ରମରେ ସୀମିତ ସଂଖ୍ୟାରେ କୋଭିଡ୍ ଯୋଦ୍ଧାମାନେ ଉପସ୍ଥିତ ରହିବେ। ଟିଭି ତଥା ସାମାଜିକ ଗଣମାଧ୍ୟମରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହେବ।

ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ବାରବାଟୀ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କରୁଥିଲେ। ୭୧ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ଏଥିରେ ପରିବର୍ତ୍ତନ କରାଯାଇଥିଲା। କଟକ ପରିବର୍ତ୍ତେ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହୋଇଥିଲା ସାଧାରଣତନ୍ତ୍ର ଦିବସ। ଗତଥର ଭଳି ଚଳିତଥର ରାଜ୍ୟପାଳ ମୁଖ୍ୟ ଅତିଥି ରୂପେ ପତାକା ଉତ୍ତୋଳନ କରିବେ।

Comments are closed.