Odisha Link
Bridging the Missing Links in Odisha

ଆଜୁଠୁ ଖୋଲିଲା ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଖୋଲିଲା ସ୍କୁଲ୍। କରୋନା କଟକଣା କାରଣରୁ ଦୀର୍ଘ ୯ ମାସ ପରେ ସ୍କୁଲ୍ ଖୋଲାଯାଇଛି। ରାଜ୍ୟର ଦଶମ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ କେବଳ ସ୍କୁଲ୍‌ ଖୋଲିଛି।

କରୋନା ସଂକ୍ରମଣକୁ ନଜର ରଖି ସାମାଜିକ ଦୂରତା ପାଳନ କରି ସିଟିଂ ଆରେଞ୍ଜମେଣ୍ଟ ମଧ୍ୟ ହୋଇଛି। ପ୍ରତି କ୍ଲାସ୍‌ ରୁମ୍‌ରେ ୨୦ରୁ ୨୫ ଜଣ ଛାତ୍ରଛାତ୍ରୀ ବସିବେ। କ୍ଲାସ୍‌ ଗୁଡ଼ିକୁ ବିଭିନ୍ନ ସେକ୍ସନରେ ବିଭକ୍ତ କରାଯାଇଛି।

ଭିଡ଼ ଏଡାଇବା ଲାଗି ଖାଇବା ଛୁଟି ବି ପର୍ଯ୍ୟାୟ କ୍ରମେ କରାଯିବ। ପ୍ରଥମ ଦିନରୁ ହିଁ ନିର୍ଦ୍ଦିଷ୍ଟ ଭାବେ ଗୋଟିଏ ସିଟ୍‌ରେ ଛାତ୍ରଛାତ୍ରୀ ବସିବେ। ଏପ୍ରିଲ୍ ୨୮ ଯାଏ ୧୦୦ ଦିନ ପାଠପଢ଼ା ହେବ।

ସଂକ୍ରମଣ ରୋକିବା ପାଇଁ ସାନିଟାଇଜର, ହ୍ୟାଣ୍ଡ୍‌ ଓ୍ୱାଶ୍‌ ମହଜୁଦ ରଖାଯାଇ ଥିବାବେଳେ ଛାତ୍ରଛାତ୍ରୀଙ୍କ ଥର୍ମାଲ ସ୍କ୍ରିନିଂ କରାଯାଇ ସ୍କୁଲ୍‌ ଭିତରକୁ ପ୍ରବେଶ ଅନୁମତି ମିଳିଥିବା ଦେଖିବାକୁ ମିଳିଛି।

ଯେଉଁମାନଙ୍କର କୋଭିଡ୍ ଲକ୍ଷଣ ପରିଲକ୍ଷିତ ହେବ ସେମାନଙ୍କୁ ପ୍ରତି ସ୍କୁଲ୍‌ରେ କରାଯାଇଥିବା ଆଇସୋଲେସନ୍ ରୁମ୍‌ରେ ରଖି ନିକଟସ୍ଥ ମେଡିକାଲ ଟିମ୍‌କୁ ସୂଚନା ଦେବେ କର୍ତ୍ତୃପକ୍ଷ। ସେହିପରି ପ୍ରବେଶ ପରେ ଅଧାରୁ ସ୍କୁଲ୍ ବାହାରକୁ କେହି ଯାଇପାରିବେନି।

ଛୁଟି ପରେ ପୁଣିଥରେ ସବୁ ରୁମ୍‌କୁ ସାନିଟାଇଜ କରାଯିବ। ସ୍କୁଲ୍‌କୁ ଛାତ୍ରଛାତ୍ରୀ ଅଭିଭାବକଙ୍କ ସହମତି ପତ୍ର ନେଇ ଆସିବେ।

Comments are closed.