Odisha Link
Bridging the Missing Links in Odisha

ଚାନ୍ଦବାଲିରେ ଭୟାବହ ଅଗ୍ନିକାଣ୍ଡ: ୩୦ଲକ୍ଷ ଟଙ୍କାରୁ ଅଧିକ ସମ୍ପତ୍ତି ପୋଡ଼ି ପାଉଁଶ

ଚାନ୍ଦବାଲି: ଅଗ୍ନିକାଣ୍ଡରେ ୩ଟି ଗୋଦାମ ଜଳି ୩୦ଲକ୍ଷ ଟଙ୍କାରୁ ଅଧିକ ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ଏହି ଅଭାବନୀୟ ଘଟଣାଟି ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ଘଟିଛି।

ମିଳିଥିବା ସୂଚନା ଅନୁସାରେ ଚାନ୍ଦବାଲି ଶାସ୍ତ୍ରୀଘାଟ ନିକଟରେ ଥିବା ଦୁଇଟି ଧାନ ଗୋଦାମ ଓ ଗୋଟିଏ ପାଇପ ଗୋଦାମରେ ନିଆଁ ଲାଗି ସେଥିରେ ଗଚ୍ଛିତ ସମସ୍ତ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି।

ଖବର ପାଇ ଚାନ୍ଦବାଲି ଦମକଳ ବାହିନୀ ଓ ରାଜକନିକା ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ଗୋଦାମରେ ଥିବା କୌଣସି ସାମଗ୍ରୀ ଉଦ୍ଧାର କରି ପାରିନାହାନ୍ତି। ଏଣେ ଧାନ ଗୋଦାମରେ ନିଆଁଲାଗି ଦୁଇ ହଜାରରୁ ଅଧିକ ଧାନ ବସ୍ତା ପୋଡ଼ି ପାଉଁଶ ହୋଇଯାଇଛି।

Comments are closed.