Odisha Link
Bridging the Missing Links in Odisha

ସ୍ବଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ବର: ଏକାମ୍ର କ୍ଷେତ୍ରରେ ସ୍ବଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ। ପବିତ୍ର ବିନ୍ଦୁସାଗର ପୁଷ୍କରିଣୀ କରାଯିବ ସ୍ବଚ୍ଛ ଓ ନିର୍ମଳ। ଭର୍ଚୁଆଲରେ ସାମିଲ୍‌ ହୋଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମନ୍ତ୍ରୀ ପ୍ରଫୁଲ୍ଳ ମଲ୍ଲିକ , ମନ୍ତ୍ରୀ ଅଶୋକ ପଣ୍ଡା, ସାଂସଦ ଅପରାଜିତା ଷଡ଼ଙ୍ଗୀ ସାମିଲ ହୋଇଛନ୍ତି। ସ୍ବଚ୍ଛ ବିନ୍ଦୁସାଗର ପ୍ରକଳ୍ପ ଲାଗି ଆଇଓସିଏଲ ପକ୍ଷରୁ ୭୦ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି।

ସୂଚନାଯୋଗ୍ୟ, ଆଇଓସିଏଲ୍ ଦ୍ବାରା ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ କେମିକାଲ୍ ଟେକ୍ନୋଲୋଜି (ଆଇସିଟି), ଭୁବନେଶ୍ୱର ଏବଂ ଓଡ଼ିଶା ସେତୁ ନିର୍ମାଣ ନିଗମ ଏହି ସଫେଇ କାର୍ଯ୍ୟ ଦାୟିତ୍ବ ନେଇଛନ୍ତି। ପ୍ରଥମେ ବିନ୍ଦୁସାଗର ପାଣି ବିଶୋଧନ କରାଯିବ ଓ ପରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ।ବୈଜ୍ଞାନିକ ପଦ୍ଧତିରେ ଏହାକୁ ବିଶୋଧନ କରାଯିବ। ପ୍ରାଚୀନ ଏହି ପୋଖରୀର ପୁନରୁଦ୍ଧାର କରାଯାଇ ପୂର୍ବାବସ୍ଥା ଫେରାଇ ଅଣାଯିବ।

Comments are closed.