Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୨୦୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ୫୦୦ ତଳକୁ ଖସିଛି କରୋନା ଆକ୍ରାନ୍ତ ସଂଖ୍ୟା । ଗତ ୨୪ ଘଣ୍ଟାରେ ୨୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୬୦୨ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୧୬ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି ।

Comments are closed.