Odisha Link
Bridging the Missing Links in Odisha

୧୬ରୁ ଟିକାକରଣ ଆରମ୍ଭ

ନୂଆଦିଲ୍ଲୀ: ଆସନ୍ତା ୧୬ ତାରିଖରୁ ସାରା ଦେଶରେ ଟିକାକରଣ ଆରମ୍ଭ। ଟିକାକରଣ ନେଇ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି। ଆଜି ଟିକାକରଣ ନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା ପରେ ନିଷ୍ପତ୍ତି ନିଆଯାଇଛି। ଏହି ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ମକର ସଂକ୍ରାନ୍ତି, ପୋଙ୍ଗଏ ଓ ଲୋହଡି ପରେ ଟିକାକରଣ ଆରମ୍ଭ ହେବ। ୩ କୋଟି ଆଗଧାଡିର କର୍ମୀ ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରାଥମିକତା ଦିଆଯିବ। ଏହାପରେ ୫୦ ବର୍ଷରୁ ଅଧିକ ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ଟିକା ଦିଆଯିବ। ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି।

Comments are closed.