Odisha Link
Bridging the Missing Links in Odisha

୨୧ରୁ କୋହଳ ହେବ ମହାପ୍ରଭୁଙ୍କ ଦର୍ଶନର କଟକଣା

ପୁରୀ: ଆସନ୍ତା ୨୧ରୁ ଆଉ ଲୋଡ଼ା ନାହିଁ କରୋନା ନେଗେଟିଭ ରିପୋର୍ଟ । ଏ ନେଇ ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର। ଏଥି ନିମନ୍ତେ ନୂଆ ନୀତି ନିୟମ ନିର୍ଦ୍ଧାରଣ ହୋଇଛି।

ବୟସ୍କ ବ୍ୟକ୍ତିଙ୍କ ଦର୍ଶନ ପାଇଁ ଅଲଗା ଧାଡି ବ୍ୟବସ୍ଥା କରାଯିବ। ଏଥିସହ ସକାଳ ୭ରୁ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ରହିବ । ଦୈନିକ ୩୦ ହଜାର ଭକ୍ତିଙ୍କୁ ଦର୍ଶନ ଅନୁମତି ମିଳିବ।

ତେବେ ସକାଳ ୬ଟାରୁ ୭ଟା ପର୍ଯ୍ୟନ୍ତ ପୁରୀ ସହରବାସୀ ମହାପ୍ରଭୁଙ୍କ ଦର୍ଶନ ସୁବିଧା ପାଇବେ । ୭ଟା ପରେ ସାଧାରଣ ଦର୍ଶନ ଆରମ୍ଭ ହେବ । ଅନ୍ୟ ସମୟରେ ପୁରୀ ସହରବାସୀ ଚାହିଁଲେ ଧାଡିରେ ଆସି ଦର୍ଶନ କରିପାରିବେ।

ଏ ସମସ୍ତ ନିୟମ ଜାନୁଆରୀ ୨୧ରୁ ଫେବ୍ରୁଆରୀ ୨୧ ଯାଏଁ ଲାଗୁ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ତେବେ ପୂର୍ବଭଳି ଆନନ୍ଦ ବଜାରରେ ମହାପ୍ରସାଦ ସେବନକୁ ଅନୁମତି ମିଳିନାହିଁ।

ସୂଚନା ଅନୁସାରେ, ଦୀର୍ଘଦିନ ହେବ କରୋନା ମହାମାରୀ ପାଇଁ ମନ୍ଦିର ଭିତରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ କରାଯାଇଥିଲା। ହେଲେ ରାଜ୍ୟର କରେନା ସ୍ଥିତି ଟିକେ ସ୍ୱାଭାବିକ ହେବା ପରେ ଡିସେମ୍ବର ୨୩ ତାରିଖରୁ ମହାପ୍ରଭୁଙ୍କୁ ଭକ୍ତମାନେ ଦର୍ଶନ କରିବାର ସୁଯୋଗ ପାଇଥିଲେ।

କୋଭିଡ କଟକଣା ଭିତରେ ସମସ୍ତ ଭକ୍ତଙ୍କୁ ଦର୍ଶନର ସୁବିଧା ଦିଆଯାଇ ନଥିଲା। ଯେଉଁମାନେ କୋଭିଡ ନେଗେଟିଭ୍ ରିପୋର୍ଟ ଦେଖାଉଥିଲେ ସେହିମାନଙ୍କୁ କେବଳ ଦର୍ଶନର ସୁବିଧା ମିଳୁଥିଲା। ହେଲେ ଏନେଇ ଦୂର ଦୂରାନ୍ତରୁ ଆସୁଥିବା ଭକ୍ତମାନେ କୋଭିଡ୍ ଟେଷ୍ଟ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସମ୍ଭବ ହୋଇପାରୁ ନଥିଲା।

Comments are closed.