ରାଜ୍ୟରେ କରୋନା: ୨୬୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୮୬୨ରେ ପହଞ୍ଚିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 9th January, 2021
New Positive Cases : 260
In quarantine: 151
Local contacts: 109(Details of local contacts will be shared by concerned Dist Administration)
District Wise Cases:
1. Angul: 21
2. Balasore: 2
3. Bargarh: 19
4. Bhadrak: 6
5. Balangir: 9— I & PR Department, Odisha (@IPR_Odisha) January 10, 2021
ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୪ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିହଂପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ,ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
Comments are closed.