ଘନ କୁହୁଡ଼ି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟ ସାରା ଦେଖିବାକୁ ମଳୁଛି କୁହୁଡ଼ିର ଆସ୍ତରଣ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତ ଶୁଖିଲା ରହିବା ସହ ସକାଳ ସମୟରେ କିଛି ସ୍ଥାନରେ ଘନ କୁହୁଡି ପଡିବ। ଆସନ୍ତା ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଘନ କୁହୁଡି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ୟେଲୋ ୱାର୍ଣ୍ଣିଂ ପାଇଁ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ବୌଦ୍ଧ, କନ୍ଧମାଳ, ଅନୁଗୁଳ ଏବଂ ଢେଙ୍କାନାଳ ଆଦି ସ୍ଥାନରେ ମଧ୍ୟମରୁ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଅନ୍ୟପଟେ ୨୪ ଘଣ୍ଟା ମଧ୍ୟରେ ତାପମାତ୍ରାରେ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।
ଆଜି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି। କିଛି ମିଟର ଆଗକୁ ରାସ୍ତାଘାଟ ଦେଖାଯାଉ ନାହିଁ। ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ବି ଘନ କୁହୁଡ଼ି ଦେଖିବାକୁ ମିଳିଛି। କେବଳ ଭୁବନେଶ୍ୱର ନୁହେଁ ରାଜ୍ୟର କେତେକ ଜିଲ୍ଲାରେ ମଧ୍ୟ ଏଭଳି ଅବସ୍ଥା ଦେଖିବାକୁ ମିଳିଛି। ପୁରୀ ଓ କଟକରେ ମଧ୍ୟ ଘନ କୁହୁଡ଼ି ଦେଖିବାକୁ ମିଳିଛି।
ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି।କୁହୁଡ଼ି ସମୟରେ ଜାତୀୟ ଓ ରାଜ୍ୟ ରାଜପଥରେ ଗାଡ଼ି ଚଳାଚଳନ ନିୟନ୍ତ୍ରଣ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ବିଭିନ୍ନ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।ଗତକାଲି ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରି ରେକର୍ଡ ହୋଇଥିବା ବେଳେ ସର୍ବୋଚ୍ଚ ତାପମାତ୍ରା ଅନୁଗୁଳଠାରେ ୩୪.୧ ଡିଗ୍ରି ରେକର୍ଡ ହୋଇଥିଲା।
Comments are closed.