Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଜଣେ ସଂକ୍ରମିତ ମୃତ

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟରେ ହ୍ରାସ ପାଉଛି କରୋନା ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ ।

ପ୍ରକାଶ ଯେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୫୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୧୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୪୫୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୯୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୭୨୬୧୯୦୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.