Odisha Link
Bridging the Missing Links in Odisha

କଟକରେ ନେତାଜୀଙ୍କ ନାଁରେ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ

ଭୁବନେଶ୍ବର: ନେତାଜୀଙ୍କ ନାମରେ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। କଟକର ଖାନନଗର ଠାରେ ନିର୍ମିତ ହେବ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ବାଦାମବାଡି ବସ୍‌ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲ ନିର୍ମିତ ହେବ। ବସ୍‌ ଟର୍ମିନାଲରେ ପ୍ରାୟତଃ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ।ଏନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା କରିଥିଲେ।

ସୂଚନାଯୋଗ୍ୟ, ଆସନ୍ତା ଜାନୁଆରୀ ୨୩ ତାରିଖ ଦିନ ସମଗ୍ର ଦେଶ ନେତାଜୀଙ୍କର ୧୨୫ତମ ଜୟନ୍ତୀ ପାଳନ କରିବ। ସ୍ବାଧୀନତା ସଂଗ୍ରାମର ଅନ୍ୟତମ ସେନାପତି ନେତାଜୀ ସୁଭାଷ ଚନ୍ଦ୍ର ବୋଷ କଟକ ଓଡିଆ ବଜାରରେ ଜନ୍ମଗ୍ରହଣ କରିଥିଲେ। ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର Kiosk କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ଟର୍ମିନାଲର ବିଭିନ୍ନ ସ୍ଥାନରେ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସଂପର୍କରେ ପ୍ରଚାର ପ୍ରସାର ପାଇଁ ବିଭିନ୍ନ Motif ଓ painting ରଖାଯିବ।

ଏହି ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଏଥିରେ ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ, ସ୍ଥାନୀୟ ଓ ମୋ ବସ୍‌ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ।

୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍‌ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, Cloak Room, ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ। ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍‌ ପାର୍କିଂର ବ୍ୟବସ୍ଥା ରହିବ। ଯାତ୍ରୀମାନଙ୍କ ସୁବିଧା ପାଇଁ Integrated Information Management system ମଧ୍ୟ ରହିବ।

Comments are closed.