Odisha Link
Bridging the Missing Links in Odisha

ଭାରସାମ୍ୟ ହରାଇ ଓଲଟିଲା ବସ୍

କାମାକ୍ଷାନଗର: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍। ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଆଳତୁମା ରାମିଆଳ ବ୍ରିଜ୍‌ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯାତ୍ରୀ ଆହତ ହୋଇଛନ୍ତି।

ସୂଚନା ମୁତାବକ, ଶ୍ରୀରାମଜୀ’ ନାମକ ବସ୍‌ ୨୫ଜଣ ଯାତ୍ରୀଙ୍କୁ ନେଇ ରାଉରକେଲାରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା। ଏହି ସମୟରେ ଆଳୁତୁମା ବ୍ରିଜ୍‌ ନିକଟରେ ଏନ୍‌ଏଚ୍‌-୫୩ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ଏକ ହାଇୱା ଟ୍ରକ୍‌ ସାମ୍ନାକୁ ଚାଲି ଆସିବାରୁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଭାରସାମ୍ୟ ହରାଇ ବସ୍‌ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

Comments are closed.