Odisha Link
Bridging the Missing Links in Odisha

ଦେଶର ଏକ ନମ୍ୱର ମୁଖ୍ୟମନ୍ତ୍ରୀ ତାଲିକାରେ ନବୀନ

ଭୁବନେଶ୍ୱର: ପୁଣି ଆଗରେ ନବୀନ। ଦେଶର ସବୁଠୁ ଭଲ ଆଉ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ ପଟ୍ଟନାୟକ। ସି-ଭୋଟର ଓ ଏବିପି ଦେଶ୍ କା ମୁଡ୍ ସର୍ଭରୁ ଏହା ଜଣାପଡ଼ିଛି। ଦେଶର ୩୧ ମୁଖ୍ୟମନ୍ତ୍ରୀଙ୍କୁ ନେଇ ହୋଇଥିବା ସର୍ଭେରେ ସମସ୍ତଙ୍କୁ ପଛରେ ପକାଇଛନ୍ତି ନବୀନ। ସବୁଠାରୁ ବଡ଼ କଥା ହେଉଛି ସବୁବେଳେ ନିଜକୁ ଭଲ କହି ଛପନ ଇଞ୍ଚର ଛାତି ଦେଖାଉଥିବା ବିଜେପିର କୌଣସି ମୁଖ୍ୟମନ୍ତ୍ରୀ ଶ୍ରେଷ୍ଠ ୫ରେ ନାହାଁନ୍ତି। ସର୍ଭେ ଅନୁସାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ।

ନବୀନଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍। ତୃତୀୟରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଥିବାବେଳେ ଚତୁର୍ଥରେ କେରଳ ମୁଖ୍ୟମନ୍ତ୍ରୀ ପି.ବିଜୟନ, ପଞ୍ଚମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରହିଛନ୍ତି। ଷଷ୍ଠ ସ୍ଥାନରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ସପ୍ତମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଥିବାବେଳେ ଅଷ୍ଟମ ସ୍ଥାନରେ ଅଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ। ସର୍ଭେ ଅନୁସାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ।

ନବୀନଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍। ତୃତୀୟରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଥିବାବେଳେ ଚତୁର୍ଥରେ କେରଳ ମୁଖ୍ୟମନ୍ତ୍ରୀ ପି.ବିଜୟନ, ପଞ୍ଚମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରହିଛନ୍ତି । ଷଷ୍ଠ ସ୍ଥାନରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ସପ୍ତମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଥିବାବେଳେ ଅଷ୍ଟମ ସ୍ଥାନରେ ଅଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ।

Comments are closed.