Odisha Link
Bridging the Missing Links in Odisha

ସାଧାରଣତନ୍ତ୍ର ଦିବସ ପାଇଁ କମିଶନରେଟ ପୋଲିସର ଗାଇଡଲାଇନ୍‌ ଜାରି

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ଅବସରରେ ସୁରକ୍ଷାକୁ ନେଇ କମିଶନରେଟ ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଗାଇଡଲାଇନ୍‌ ଜାରି କରାଯାଇଛି। ଏନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।

କୋଭିଡ କଟକଣା ସମ୍ପର୍କରେ ଗୃହ ବିଭାଗ ଦ୍ୱାରା ଏକ ଚିଠି ମାଧ୍ୟମରେ ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଅବଗତ କରାଯାଇଛି। ପ୍ରତିବର୍ଷ ଏନସିସି ତଥା ସ୍କୁଲ ଛାତ୍ରଛାତ୍ରୀ ପରେଡରେ ଭାଗ ନେଉଥିବା ବେଳେ ଚଳିତ ବର୍ଷ ସେଥିରୁ ବଞ୍ଚିତ ହେବେ। ଏଥିସହ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବ୍ୟାନ କରାଯାଇଛି।

ସକାଳ ୮ଟା ୩୦ରେ ମୁଖ୍ୟ ଅତିଥି ପତାକା ଉତ୍ତୋଳନ କରିବା ପରେ ଜାତୀୟ ସଙ୍ଗୀତ ଗାନ କରାଯିବ। ସୀମିତ ସଂଖ୍ୟକ ଅତିଥିଙ୍କ ଗହଣରେ ମାସ୍କ ସହ ଶାରୀରିକ ଦୂରତ୍ୱ ରକ୍ଷା କରିବାକୁ କୁହାଯାଇଛି। ଏହି ଅବସରରେ ଅନଲାଇନ ପ୍ରବନ୍ଧ କିମ୍ବା କୁଇଜ ପ୍ରତିଯୋଗିତାର ଆୟୋଜନ କରାଯିବ ବୋଲି କମିଶନର ଶ୍ରୀ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।

Comments are closed.