Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟର କରୋନା ସକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୩୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୦୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୩୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୩୭୬୮୯୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.