Odisha Link
Bridging the Missing Links in Odisha

ପୁଣି ବଢ଼ିଲା ବସ୍ ଭଡା

କଟକ : ପୁଣି ବଢ଼ିଲା ବସ୍ ଭଡା। ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି କରାଯାଇଛି । ଏ ନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ।

ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା ଏକ ପଇସା ଲେଖାଏଁ ବଢିଛି । ସାଧାରଣ ବସ୍ ଭଡା ୭୩ ପଇସାରୁ ୭୪କୁ ବୃଦ୍ଧି କରାଯାଇଛି । ସେହିପରି ଏକ୍ସପ୍ରେସ୍‌ ବସ୍ ଭଡା ୭୬ ପଇସାରୁ ୭୭ ପଇସାକୁ ବୃଦ୍ଧି ପାଇଛି ।

ସେହିପରି ଡିଲକ୍ସ ଓ ଏସି ଡିଲକ୍ସ ଭଡା ଦୁଇ ପଇସା ଲେଖାଏଁ ବୃଦ୍ଧି କରାଯାଇଛି। ଡିଲକ୍ସ ବସ୍ ଭଡା ୧ ଟଙ୍କା ୭ ପଇସାରୁ ୧ ଟଙ୍କା ୯ ପଇସାକୁ ବୃଦ୍ଧି ପାଇଥିବା ବେଳେ ଏସି ଡିଲକ୍ସ ବସ ଭଡା ୧ ଟଙ୍କା ୨୯ ପଇସାରୁ ୧ ଟଙ୍କା ୩୧ ପଇସା ବୃଦ୍ଧି କରାଯାଇଛି ।

Comments are closed.