Odisha Link
Bridging the Missing Links in Odisha

ଗୁଳିମାଡ଼ରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ମୃତ

ବ୍ରହ୍ମପୁର: ବ୍ରହ୍ମପୁର ସହର ସୁମଣ୍ଡଳ ଗାଁରେ ଗୁଳିକାଣ୍ଡ ଘଟିଛି। ଗୁଳିକାଣ୍ଡରେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ମୃତ୍ୟୁ ହୋଇଛି। ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦେବ ସାହୁଙ୍କ ମୃତ୍ୟୁ ହୋଇଛି। ବେଗୁନିଆପଡ଼ା ବ୍ଲକ ଅଧ୍ୟକ୍ଷ ଥିଲେ ଦେବ। ଗୁଳିକାଣ୍ଡ କରି ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି।

ସକାଳୁ ସକାଳୁ ହୋଇଛି ଗୁଳିକାଣ୍ଡ। ପୂର୍ବ ଶତ୍ରୁତାକୁ ନେଇ ଏଭଳି ଗୁଳିକାଣ୍ଡ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ତେବେ ଏନେଇ ସ୍ଥାନିୟ ଲୋକମାନଙ୍କ ମଧ୍ୟରେ ଉତ୍ତେଜନା ଦେଖା ଦେଇଛି।

Comments are closed.