Odisha Link
Bridging the Missing Links in Odisha

କରୋନା ଟିକା ନେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କରୋନା ଟିକା ନେବେ ପ୍ରଧାନମନ୍ତ୍ରୀ ଓ ରାଜ୍ୟର ସବୁ ମୁଖ୍ୟମନ୍ତ୍ରୀ । ଦ୍ୱିତୀୟ ପର୍ଯ୍ୟାୟରେ ସେମାନେ କୋରୋନା ଟିକା ନେବେ। ୫୦ ବର୍ଷରୁ ଅଧିକ ବୟସର ମନ୍ତ୍ରୀ, ନେତାଙ୍କୁ ଟିକା ଦିଆଯିବ ।

ତେବେ ଜାନୁଆରୀ ୧୬ ତାରିଖରୁ ସାରା ଦେଶରେ ଟିକାକରଣ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ମାଗଣାରେ ଟିକାକରଣ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ଏହି ସର୍ବବୃହତ୍ ଟିକାକରଣ ଅଭିଯାନର ଶୁଭାରମ୍ଭ କରିଥିଲେ।

ପ୍ରଥମ ପର୍ଯ୍ୟାୟରେ ୩ କୋଟି ଲୋକଙ୍କୁ ମାଗଣାରେ ଟିକା ଯୋଗାଇ ଦେବେ କେନ୍ଦ୍ର ସରକାର। ଦ୍ୱିତୀୟ ପର୍ଯ୍ୟାୟରେ ସୁରକ୍ଷାବାହିନୀ, ପୋଲିସ କର୍ମଚାରୀ ଏବଂ ରେସ୍କ୍ୟୁ ଅପରେସନରେ ମୁତୟନ ବ୍ୟକ୍ତିଙ୍କୁ ଟିକାକରଣରେ ସାମିଲ କରାଯିବ।

Comments are closed.