ଦେହରେ କିରାସିନି ଢାଳି ଆତ୍ମହତ୍ୟା ଉଦ୍ୟମ

ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ସିନ୍ଦୁରପୁର ପଞ୍ଚାୟତ ଗଣେଶପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବତୀ ନିଜ ଦେହରେ କିରାସିନି ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।
ଅବସ୍ଥା ଗୁରୁତର ହେବାରୁ ତାକୁ ବୁର୍ଲାର ବୀର ସୁରେନ୍ଦ୍ର ସାଏ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଯୁବତୀ ଜଣଙ୍କ ହେଲେ ରୋହିଣୀ ଭୁଏ । ତାଙ୍କର ବୟସ ୨୩ ବର୍ଷ । ସେ ନିଜ ଦେହରେ କିରାସିନି ଢାଳି ଦିଆସିଲି ମାରି ଥିବା ବେଳେ ଗୁରୁତର ଅବସ୍ଥାରେ ପରିବାର ଲୋକେ ତାକୁ ଉଦ୍ଧାର କରି ଥିଲେ । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି।
Comments are closed.