Odisha Link
Bridging the Missing Links in Odisha

ଜିଲ୍ଲାପାଳଙ୍କ ଅଫିସ୍ ସାମ୍ନାରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଅନୁଗୋଳ: ଜିଲ୍ଲାପାଳଙ୍କ ଅଫିସ୍ ସାମ୍ନାରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ। ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲ୍ଲାପାଳଙ୍କ ଅଫିସ୍ ସାମ୍ନାରେ। କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରୁଥିବା ବେଳେ ଉଦ୍ଧାର କଲା ପୋଲିସ।

ସୂଚନାଯୋଗ୍ୟ, ଅନୁଗୋଳ ଜିଲ୍ଲା ତାଳଚେର ଗୋବରା ଗାଁର ଦମୟନ୍ତୀ ବେହେରା ଏବଂ ତାଙ୍କ ପୁଅ ଜିଲ୍ଲାପାଳ ଅଫିସ୍ ଆଗରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ପୈତୃକ ସମ୍ପତ୍ତି ଭାଗବଣ୍ଟା ନ ହେବାରୁ ଉଭୟ ଆତ୍ମାହୁତି ଉଦ୍ୟମ କରିଛନ୍ତି। ନିଜ ଦେହରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରୁଥିବା ବେଳେ ପୋଲିସ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଛି।

Comments are closed.