Odisha Link
Bridging the Missing Links in Odisha

ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ ହୋଇଥିବା ଅଭିଯୋଗ

କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ। ସିଡିଏମଓଙ୍କ କାର୍ଯ୍ୟାଳୟ ଆଗରେ ମୃତକଙ୍କ ଶବ ରଖି ପରିବାର ଲୋକେ ଧାରଣାରେ ବସିଥିଲେ। ଏହି ଅଭିଯୋଗ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଆସିଛି। ମୃତକ ହେଲେ ସୁଲୋଚନା ରାଉତ। ତାଙ୍କର ଚିକିତ୍ସା ଅଭାବରୁ ମୃତ୍ୟୁ ହୋଇଥିବା ପରିବା ଅଭିଯୋଗ ହୋଇଛି।

ସୂଚନା ଅନୁସାରେ, ସୋମବାର ସନ୍ଧ୍ୟାରେ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଅନୁଆପଡା ଗାଁର ସୁଲୋଚନା ରାଉତ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳୁ ସୁଲୋଚନାଙ୍କର ମୃତ୍ୟୁ ହୋଇଯାଇଥିଲେ। ତେବେ ଚିକିତ୍ସା ଅବହେଳାରୁ ସୁଲୋଚନାଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଫଳରେ ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ଦେଖା ଦେଇଥିଲା। ଏ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।

Comments are closed.