Odisha Link
Bridging the Missing Links in Odisha

ସ୍ଥପତି ସୁଦର୍ଶନ ସାହୁ ପାଇବେ ପଦ୍ମବିଭୂଷଣ

ନୂଆଦିଲ୍ଲୀ: ସୋମବାର କେନ୍ଦ୍ର ସରକାର ୨୦୨୧ ବର୍ଷ ପାଇଁ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ଚଳିତ ବର୍ଷ ଓଡ଼ିଶାରୁ ୬ ଜଣ ପାଇବେ ପଦ୍ମ ପୁରସ୍କାର।

ଓଡ଼ିଶାରୁ ସୁଦର୍ଶନ ସାହୁଙ୍କୁ କଳା ପାଇଁ ପଦ୍ମ ବିଭୂଷଣ ପ୍ରଦାନ କରାଯିବ। ସେହିପରି ଶାନ୍ତି ଦେବୀଙ୍କୁ ସମାଜସେବା ପାଇଁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ। କଳା କ୍ଷେତ୍ରରେ ଉତ୍କଷତା ପାଇଁ ପୂର୍ଣ୍ଣମାସୀ ଜାନିଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ।

ସେହିପରି ରଜତ କୁମାର କରଙ୍କୁ ଶିକ୍ଷା ଏବଂ ସାହିତ୍ୟ କ୍ଷତ୍ରରେ ଅବଦାନ ପାଇଁ ପଦ୍ମଶ୍ରୀ ପ୍ରଦାନ କରାଯିବ। ଡକ୍ଟର କୃଷ୍ଣ ମୋହନ ପାଠୀଙ୍କୁ ଚିକିତ୍ସା କ୍ଷେତ୍ରରେ ଅବଦାନ ପାଇଁ ପଦ୍ମଶ୍ରୀ ପ୍ରଦାନ କରାଯିବ । ନନ୍ଦ ପୃଷ୍ଟିଙ୍କୁ ଶିକ୍ଷା ଏବଂ ସାହିତ୍ୟ କ୍ଷେତ୍ରରେ ଅବଦାନ ପାଇଁ ପଦ୍ମଶ୍ରୀ ପ୍ରଦାନ କରାଯିବ।

କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୧୯ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ ପାଇଁ ତାଲିକା ପ୍ରକାଶ କରାଯାଇଛି। ବିିଭିନ୍ନ କ୍ଷେତ୍ରରେ ଉତ୍କଷତା ଲାଭି କରିଥିବା ବ୍ୟକ୍ତିମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। ଏହା ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ମଧ୍ୟରୁ ଅନ୍ୟତମ।

ଚଳିତ ବର୍ଷ ୭ ଜଣଙ୍କୁ ପଦ୍ମ ବିଭୂଷଣ, ୧୦ ଜଣଙ୍କୁ ପଦ୍ମ ଭୂଷଣ ଏବଂ ୧୦୨ ଜଣଙ୍କ ମିଳିବ ପଦ୍ମଶୀ ପୁରସ୍କାର। ମୋଟ୍‌ ୧୧୯ ଜଣଙ୍କୁ ବିଭିନ୍ନ କ୍ଷେତ୍ରରେ ଅବଦାନ ପାଇଁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି ।

Comments are closed.