Odisha Link
Bridging the Missing Links in Odisha

ଆଜି ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ବର: ଆଜି ସାଧାରଣତନ୍ତ୍ର ଦିବସ। ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ ।୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା। ଆଜିର ଦିନକୁ ରାଷ୍ଟ୍ରୀୟ ଉତ୍ସବ ଭାବେ ପାଳନ କରାଯାଉଛି।

ରାଜଧାନୀରେ ଆୟୋଜନ ହୋଇଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ। ଏଥର କୋଭିଡ କଟକଣା ଭିତରେ ହେବ ପରେଡ ଉତ୍ସବ। ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍ ପାଇଁ କମିସନରେଟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ପରେଡ୍ ସ୍ଥଳରେ ୨୫ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ। ତା ସହିତ କାଉଂଟର ଟେରରିଷ୍ଟ ସ୍କ୍ୱାଡ୍, ସ୍ପେସାଲ ଟେକ୍ଟିକାଲ ୟୁନିଟ, ସ୍ୱତନ୍ତ୍ର ତାଲିମପ୍ରାପ୍ତ ଏସଓଜି ଯବାନ, ସାଦା ପୋଷାକଧାରୀ ପୁଲିସ, ସନ୍ଧାନୀ କୁକୁର, ବୋମା ନିଷ୍କ୍ରିୟକାରୀ ଦଳ, ରୁଫଟପ ସିକ୍ୟୁରିଟି, ସାର୍ପ ସୁଟର୍ ମୁତୟନ ରହିବେ।

ତେବେ ପରେଡ଼ ସ୍ଥଳରେ ଚାରିପଟ ଓ ଆଖପାଖ ଅଂଚଳ ସିସିଟିଭି ନିୟନ୍ତ୍ରଣରେ ରହିବ। ପରେଡସ୍ଥଳ ନିକଟରେ ସିସିଟିଭି ନିୟନ୍ତ୍ରଣ କକ୍ଷ ସ୍ଥାପନ ହେବ। ସେହିପରି ଟ୍ରାଫିକ ପକ୍ଷରୁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ରବିନ୍ଦ୍ର ମଣ୍ଡପ, ଆଇଜି ପାର୍କ ପଟୁ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ପରେଡସ୍ଥଳକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ କରି ଦିଆଯିବ।

Comments are closed.