Odisha Link
Bridging the Missing Links in Odisha

କାଲିଠୁ ସଂସଦର ବଜେଟ୍ ଅଧିବେଶନ: ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବର୍ଜନ କରିବେ ୧୬ ବିରୋଧୀ ଦଳ

ନୂଆଦିଲ୍ଲୀ: ଆସନ୍ତାକାଲିଠୁ ଆରମ୍ଭ ହେବ ସଂସଦରେ ବଜେଟ ଅଧବେଶନ। ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବର୍ଜନ କରିବେ ୧୬ ବିରୋଧୀ ଦଳ। ଏମିତି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ଗୁଲାମନବୀ ଆଜାଦ, ଆସନ୍ତାକାଲି ୧୬ଟି ରାଜନୈତିକ ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବର୍ଜନ କରିବେ।

ତିନି ନୂଆ କୃଷି ଆଇନକୁ ସଂସଦରେ ବିନା ବିତର୍କ ଓ ଭୋଟିଂ ନକରି ବଳପୂର୍ବକ ପାରିତ କରାଯାଇଥିବାରୁ ବିରୋଧୀ ଦଳ ଏହି ବଡ ନିଷ୍ପତି ନେଇଥିବା କୁହାଯାଉଛି। କଂଗ୍ରେସ, ଏନସିପି, ନେସନାଲ କନଫରେନ୍ସ, ଡିଏମକେ, ଟିଏମସି, ଶିବସେନା, ସମାଜବାଦୀ ପାର୍ଟି, ଆରଜେଡି, ସିପିଆଇଏମ ଆଦି ୧୬ଟି ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବର୍ଜନ କରିବେ ବୋଲି ଘୋଷଣା କରିଛନ୍ତି। ଆସନ୍ତାକାଲିଠୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେଉଛି। ପରମ୍ପରା ଅନୁସାରେ ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ।

ଆସନ୍ତାକାଲି ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରି ରାଷ୍ଟ୍ରପତି ସରକାରଙ୍କ ଭାବି ଯୋଜନାର ରୁପରେଖ ବାବଦରେ ସୂଚନା ଦେବେ। ପ୍ରଥମ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ସମୟରେ ସବୁ ସାଂସଦ, ସଂସଦର ସେଂଟ୍ରାଲ ହଲ ଛଡା ଲୋକସଭା ଓ ରାଜ୍ୟସଭାରେ ମଧ୍ୟ ବସିବେ। ସେପଟେ ବଜେଟ ଅଧିବେଶନରେ କୃଷକ ଆନ୍ଦୋଳନ ପ୍ରସଙ୍ଗ ଉଠାଇବେ ବୋଲି ବିରୋଧୀ କହିଛନ୍ତି।

Comments are closed.