Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଚିହ୍ନଟ ହେଲେ ୧୧୪ ପଜିଟିଭ୍‌

ଭୁବନେଶ୍ବର: ଦୀର୍ଘ ଦଶ ମାସ ପରେ ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୧୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୦୭୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୮ଜଣ, ବାଲେଶ୍ୱରରୁ ୭ଜଣ, ବରଗଡ଼ରୁ ୧୧ଜଣ, ବଲାଙ୍ଗୀରରୁ ୩ଜଣ, କଟକରୁ ୭ଜଣ, ଦେଓଗଡ଼ରୁ ଜଣେ, ଗଞ୍ଜାମରୁ ୫ଜଣ, ଜଗତସିଂହପୁରରୁ ୨ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୨ଜଣ, ଖୋର୍ଦ୍ଧାରୁ ୯ଜଣ, ମୟୁରଭଞ୍ଜରୁ ୫ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୮ଜଣ, ପୁରୀରୁ ୮ଜଣ, ରାୟଗଡ଼ାରୁ ୩ଜଣ, ସମ୍ବଲପୁରରୁ ୪ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୨୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୦୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୧୯୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୭୦୯୬୦୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.