Odisha Link
Bridging the Missing Links in Odisha

୧୮ରୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ବର: ଚଳିତ ମାସ ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ଏହି ଅଧିବେଶନ ଏପ୍ରିଲ ୯ ଯାଏ ଚାଲିବ। ୨ୟ ପର୍ଯ୍ୟାରେ ଚାଲିବ ଅଧିବେଶନ। ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୧୮ରୁ ୨୭ ପର୍ଯ୍ୟନ୍ତ ଓ ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୨- ଏପ୍ରିଲ ୯ ପର୍ଯ୍ୟନ୍ତ ଚାଲିବ।

ଏଥି ସହିତ ଫେବ୍ରୁଆରୀ ୨୨ ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ ହେବ ବୋଲି ସୂଚନା ରହିଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଅଧିବେଶନର ପ୍ରଥମ ଦିନ ରାଜ୍ୟପାଳ ଅଭିଭାଷଣ ରଖିବେ। ମୋଟ ୩୧ ଦିନ ଚାଲିବ ଚଳିତ ଅଧିବେଶନ।

Comments are closed.