Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଚିହ୍ନଟ ହେଲେ ୭୧ ସଂକ୍ରମିତ

ଭୁବନେଶ୍ବର: ଦୀର୍ଘ ଦଶ ମାସ ପରେ ରାଜ୍ୟରେ ହ୍ରାସ ପାଉଛି କରୋନ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୨୮୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୨ଜଣ, ବାଲେଶ୍ୱରରୁ ୬ଜଣ, ବରଗଡ଼ ଜିଲ୍ଲରୁ ୬ଜଣ, ବଲାଙ୍ଗୀରରୁ ୨ଜଣ, ବୌଦ୍ଧରୁ ଜଣେ, କଟକରୁ ୬ଜଣ, ଢେଙ୍କାନାଳରୁ ଜଣେ, ଯାଜପୁରରୁ ୩ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୩ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୨ଜଣ, ଖୋର୍ଦ୍ଧାରୁ ୭ଜଣ, ନୂଆପଡ଼ାରୁ ୫ଜଣ, ପୁରୀରୁ ୬ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୬ଜଣ, ସୁନ୍ଦରଗଡ଼ରୁ ୧୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି ।

ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୨୮୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୨୩୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Comments are closed.