Odisha Link
Bridging the Missing Links in Odisha

ବଢ଼ିବ ଶୀତ, ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: କିଛି ଦିନ ଲୁଚକାଳି ଖେଳିବା ପରେ ଏବେ ପୁଣି ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଉତ୍ତର, ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକଠାରୁ ଆରମ୍ଭ କରି ପଶ୍ଚିମ ଓ ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାରେ ପାରଦ ୧୦ ଡିଗ୍ରି ତଳକୁ ଖସି ଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରି ନୟାଗଡ଼ଠାରେ ରେକର୍ଡ କରାଯାଇଛି।

ଆସନ୍ତା ପାଞ୍ଚ ଦିନ ଯାଏଁ ପାଗ ଶୁଖିଲା ରହିବ। ତେବେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ଶୀତ ଲହରୀ ପ୍ରବାହିତ ହେବା ସହ ଘନ କୁହୁଡ଼ି ଦେଖାଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ଶୀତ ଲହରୀ ପାଇଁ ରାଜ୍ୟର ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁର ୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି। ଏହି ସମୟ ମଧ୍ୟରେ ଶିଶୁ, ବୃଦ୍ଧ ତଥା ରୋଗୀମାନଙ୍କୁ ଘରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଘନ କୁହୁଡ଼ିକୁ ଦୃଷ୍ଟିରେ ରଖି ଯାନବାହନ ଚଳାଚଳ ସମୟରେ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି।

Comments are closed.