Odisha Link
Bridging the Missing Links in Odisha

ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତରେ ଯାଇଛନ୍ତି। ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ତଳବଣିଆ ହେଲିପ୍ୟାଟରେ ମୁଖ୍ୟମନ୍ତ୍ରୀ ପହଞ୍ଚିସାରିଛନ୍ତି। କରୋନା ମହାମାରୀ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଥମ ଥର ପାଇଁ ଶ୍ରୀମନ୍ଦିର ଯାଇଛନ୍ତି।

ପୁରୀ ଗସ୍ତରେ ଯିବା ପୂର୍ବରୁ ଟ୍ବିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବିଟ୍ ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘କୋଭିଡ୍ କଟକଣା ମଧ୍ୟରେ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବା ପରେ ପୁରୀ ଗସ୍ତ କରି ମହାପ୍ରଭୁଙ୍କ ଦର୍ଶନ ନେଇ ମୁଁ ଉତ୍ସାହିତ। ସବୁ ତାଙ୍କରି ଇଚ୍ଛା । ଜୟ ଜଗନ୍ନାଥ।’

ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶେଷ ଥର ପାଇଁ ଗତ ବର୍ଷ ଅକ୍ଟୋବର ମାସ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତରେ ଯାଇଥିଲେ।

Comments are closed.