Odisha Link
Bridging the Missing Links in Odisha

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଭିନ୍ନ କ୍ଷେତ୍ର ଲାଗି ୨୫ଟି ପ୍ରସ୍ତାବ ଆସିବ ବୋଲି ଜଣାପଡ଼ିଛି। ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ବସିବାକୁ ଥିବା ଏହି ବୈଠକରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟକୁ ମୋହର ମିଳିବ।

ସୂଚନାଯୋଗ୍ୟ, ଆସନ୍ତା ୧୮ରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେଉଛି। ଅଧିବେଶନର ପ୍ରଥମ ଦିନରେ ଗୁରୁବାର ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଅଭିଭାଷଣ ରହିବ। ଏହାସହ ସେହିଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆସିବ। ପରଦିନ ୧୯ ଓ ୨୦ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା କରାଯିବ।

ଫେବୃଆରୀ ୨୧ରେ ଗୃହକାର୍ଯ୍ୟ ବନ୍ଦ ରହିବ। ଫେବୃଆରୀ ୨୨ ତାରିଖରେ ରାଜ୍ୟ ବଜେଟ୍ ଉପସ୍ଥାପନ କରାଯିବ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୧-୨୨ ପାଇଁ ବଜେଟ୍ ଉପସ୍ଥାପନ କରିବେ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ପର୍ଯ୍ୟନ୍ତ ବଜେଟ୍ ଅଧିବେଶନ ଚାଲିବ।

Comments are closed.