Odisha Link
Bridging the Missing Links in Odisha

୧୫ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ବର: ପେଟ୍ରୋଲ ଓ ଡିଜେଲ ଦରରେ ଅହେତୁକ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଆସନ୍ତା ଫେବୃଆରୀ ୧୫ରେ କଂଗ୍ରେସର ପକ୍ଷରୁ ଦିନ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଓଡ଼ିଶାର ସ୍ୱାର୍ଥ ପାଇଁ ରାଜ୍ୟବାସୀ ଏହି ବନ୍ଦକୁ ସହଯୋଗ କରନ୍ତୁ ବୋଲି ନିରଞ୍ଜନ କହିଛନ୍ତି।

ଏଥିସହ ‘ଜଏନ କଂଗ୍ରେସ ସୋସିଆଲ ମିଡିଆ’ କ୍ୟାମ୍ପେନ ଆରମ୍ଭ କରିଛି କଂଗ୍ରେସ। ଏହି କ୍ୟାମ୍ପେନର ଶୁଭାରମ୍ଭ କରିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ସେ କହିଛନ୍ତି ଯେ, ‘୨୧ଟି ସଂସଦୀୟ କ୍ଷେତ୍ରରେ ୨୧ ହଜାର ସ୍ୱେଚ୍ଛାସେବୀ ନିୟୋଜିତ ହେବେ। ସୋସିଆଲ ମିଡିଆ ଜରିଆରେ ଆମେ ଲୋକଙ୍କ ପାଖରେ ପହଞ୍ଚିବୁ ।’

କରୋନା ପରଠାରୁ ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବଢି ଚାଲିଛି। ଭୁବନେଶ୍ୱରରେ ପେଟ୍ରୋଲ ଦର ୮୭ ଟଙ୍କା ଟପିଥିବା ବେଳେ ମାଲକାନଗିରିରେ ଏହା ୯୦ ଟପିଲାଣି। ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଫଳରେ ବିଭିନ୍ନ ସାମଗ୍ରୀର ଦର ମଧ୍ୟ ବୃଦ୍ଧି ପାଉଛି। ଯାହାର ପ୍ରଭାବ ସିଧାସଳଖ ସାଧାରଣ ମଧ୍ୟବିତ୍ତ ଓ ଗରିବ ଲୋକଙ୍କ ଲୋକଙ୍କ ପକେଟ ଉପରେ ପଡୁଛି। ଏଭଳି ସ୍ଥଳେ କଂଗ୍ରେସ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି।

Comments are closed.